ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶା ବାୟୁମଣ୍ଡଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହା ଆହୁରି ଅଧିକ ପ୍ରଭାବୀ ହେବା ସହ ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛନ୍ତି ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ।
ବୁଧବାର ଅଧିକାଂଶ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଥିବା ବେଳେ ଗୁରୁବାର ବର୍ଷାର ପରିମାଣ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଏହାସହିତ ଆଗାମୀ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।