ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଭ୍ୟନ୍ତରୀଣ ଓଡିଶାରେ ବଢିବ ଶୀତ । ସ୍ୱଭାବିକଠାରୁ ତାପାମତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ହ୍ରାସ ପାଇବ । ଏହାସହିତ ଆସନ୍ତା ୨୧ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସେହିପରି ଆଉ କିଛି ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ ଦକ୍ଷୀଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ୨୧ ତାରିଖରେ ଦକ୍ଷୀଣ ଓଡିଶାର କିଛି ଜିଲ୍ଲାର ବର୍ଷା ହେବାର ସମ୍ଭାବନା ରହିଛି ।