ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗୋଟେପଟେ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଥିବା ବେଳେ ଆଉ ଗୋଟେପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ ରୁ ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ତଥା କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।