ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ବଢିବା ସହ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ବରଗଡ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସାଙ୍ଗକୁ ଭଦ୍ରକ, କେନ୍ଦ୍ରାପଡା, ଯାଜପୁର,ନୟାଗଡ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ସୋନପୁର ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।