ଭୁବନେଶ୍ୱର (ଏଟିଆର ବ୍ୟୁରୋ); ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତି ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପନେବ । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୫ ତାରିଖ ଯାଏଁ ଲାଗି ରହିବ ବର୍ଷା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପ୍ରବଳ ବର୍ଷା ହେବା ନେଇ ୧୩ ତାରିଖରେ ୭ ଜିଲ୍ଲା, ୧୪ ତାରିଖରେ ୭ ଜିଲ୍ଲା, ୧୫ ତାରିଖରେ ୮ ଟି ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।