ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ରବିବାରଠୁ ଲଘୁଚାପ ପ୍ରଭାବ କମ ହେବା ସହ ବର୍ଷାର ପରିମାଣ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଶନିବାର ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ନୂଆପଡା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା ଓ ସୋନପୁର ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।
ସେହିପରି ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି ।