ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ପାଗ ଶୁଖିଲା ଥିବା ସହ ଆଗାମୀ ୫ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ କୌଣସି ପରିବର୍ତ୍ତନ ହେବ ନାହିଁ । ଉପକୁଳ ର କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର କୁହୁଡି ଦେଖା ଦେଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।
ଅନ୍ୟପଟେ ଏବେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନାଗିରିରେ ସର୍ବୋଚ୍ଚ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।