ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସ୍ୱାଭାବିକ ସ୍ଥିତିକୁ ଫେରିବ ମୌସୁମୀ । ବିଭିନ୍ନ ସ୍ଥାନରେ ହେବ ବର୍ଷା ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପଶ୍ୱର୍ବର୍ତ୍ତି ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମିରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ କିଛି ସ୍ଥାନରେ ଆରମ୍ଭ ହୋଇଯାଇଛି ବର୍ଷା ।
ପ୍ରବଳ ବର୍ଷା ନେଇ ମାଲକାନଗିରି , କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।