ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । ଆଜି କାଳବୈଶାଖୀ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଆସନ୍ତା ମେ ୬ ତାରିଖ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା ।
ଅନ୍ୟପଟେ ମେ ୬ ରେ ଦକ୍ଷୀଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ତାହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ ।