ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ । ୧୫ ଜିଲ୍ଲାର କିଛି ସ୍ଥାନରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ସତର୍କ ସୂଚନା ଜାରି କରାଯାଇଥିବା ସେହି ୧୫ ଜିଲ୍ଲା ହେଉଛି ଖୋର୍ଦ୍ଧା, କଟକ, ନୟାଗଡ, ଢେଙ୍କାନାଳ, ଅନୁଗୁଳ,କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସମ୍ବଲପୁର, ମୟୂରଭଞ୍ଜ, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଦେବଗଡ ଓ କେନ୍ଦୁଝର ।