ପୁରୀ (ଏଟିଆର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଏହି ନୀତି ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳାରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗର କରିବେ ଦତ୍ତମହାପାତ୍ର ସେବକ ।
ଏହା ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି ହୋଇଥିବାରୁ ଦର୍ଶନ ପାଇଁ କଟକଣା ରହିଛି । ଅପରାହ୍ନରେ ୪ ଘଣ୍ଟା ବନ୍ଦ ରହିବ ସର୍ବ ସାଧାରଣ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।