ପୁରୀ (ଏଟିଆର ବ୍ୟୁରୋ); ରତ୍ନ ବେଦୀ ଛାଡି ଜନ୍ମ ବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧା ମୁରିତୀ । ଗୁଣ୍ଡିଚା ରାଣୀଙ୍କ ମନ୍ଦିରରେ କାଳିଆ ସାଆନ୍ତଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ସବୁ ରିତି ନୀତି ଠିକସେ ଚାଲିଛି । ତେବେ ଆଜି ହେଉଛି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଏଣୁ ରାତି ୯ଟା ପରଠାରୁ ଆଜି ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ୮ରୁ ୧୦ ଜଣ ଦତ୍ତମହାପାତ୍ର ସେବକ ମିଶି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ।
ଆସନ୍ତାକାଲି ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ । ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଶ୍ରୀଗୁଣ୍ଡିଚା ବିଜେ କରିବେ । ଏଣୁ ବିଧି ପରମ୍ପରା ଅନୁଯାଇ ମହାପ୍ରଭୁଙ୍କ ପାଖରେ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ଆଗମନ ନେଇ ସନ୍ଦେଶ ପହଞ୍ଚିଥାଏ । ମହାପ୍ରଭୁଙ୍କ ସହ ଲକ୍ଷ୍ମୀ ଠାକୁରାଣୀଙ୍କ ଭେଟଘାଟକୁ ନେଇ ହେରାପଞ୍ଚମୀର ପୁର୍ବଦିନ ଅର୍ଥାତ ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ ।