ପୁରୀ (ଏଟିଆର ବ୍ୟୁରୋ): ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଏହି ନୀତି ଅନୁଷ୍ଠିତ ହେବ । ପ୍ରାକୃତିକ ପ୍ରଣାଳୀ ତଥା ହିଙ୍ଗୁଳା, କସ୍ତୁରୀ, ନାଲି, ଧଳା, ହରିତାଳ, କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀଜିଉଙ୍କ କରାଯିବ ଶ୍ରୀମୁଖ ଶୃଙ୍ଗାର ।
ଏହା ଏକ ଗୁପ୍ତ ନୀତି । ସେବକ ମାନେ ଗୁପ୍ତ ଭାବେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ସେଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ନୀତି ଶେଷ ହୋଇ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ଦର୍ଶନ ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।