ପୁରୀ (ଏଟିଆର ବ୍ୟୁରୋ): ଆସନ୍ତାକାଲି ପବିତ୍ର ସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ବଡଦାଣ୍ଡରେ ସମାଗମ ହେବେ ଲକ୍ଷାଧିକ ଭକ୍ତ । ଏହାକୁ ଦୃଷ୍ଟିରେ ରଖି ଶ୍ରୀକ୍ଷେତ୍ର ପୁରୀରେ ବିଭିନ୍ନ ବ୍ୟବସ୍ଥା କରାଯାଇଛି । ସେହିପରି ଆଜି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଓ ପୁରୀ ଏସପି ଡଃ କନୱର ବିଶାଳ ସିଂ ଶ୍ରୀମନ୍ଦିରର ଭିତର ଓ ବାହାର ସ୍ଥାନ ଅନୁଧ୍ୟାନ କରିଛନ୍ତି ।
ଅନ୍ୟପଟେ ଦେବସ୍ନା ପୂଣ୍ଣମିରେ ଯେପରି ଭକ୍ତମାନେ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେନେଇ ଟ୍ରାଫିକ ବ୍ୟବସ୍ଥା ଉପରେ ଅଧିକ ଗୁୁରୁତ୍ୱ ଦିଆଯାଇଛି । ମାର୍କେଟ ଛକଠୁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି ।