ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ ।
ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ସେହିପରି ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଙ୍କ ବାବାଙ୍କ ପୀଠରେ ଲାଗିଛି ଭକ୍ତଙ୍କ ଭିଡ । ବୋଲବମ୍ ହର ହର ବମ୍ ଧ୍ୱନିରେ ଉଛୁଳି ପଡୁଛି ପୀଠ ।