ପୁରୀ (ଏଟିଆର ବ୍ୟୁରୋ): ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଦୀର୍ଘ ୧୦ ମାସର ବ୍ୟବଧାନ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି ସାଧାରଣ ଭକ୍ତ । ସମସ୍ତ କୋଭିଡ ନିୟମ ପାଳନ କରି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।
ମାତ୍ର ମହାପ୍ରଭୁଙ୍କ ଦର୍ଶନ କରିବା ଲାଗି ଶ୍ରୀମନ୍ଦିରରେ ପ୍ରବେଶ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ସମେତ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି । ଭକ୍ତମାନେ ରିପୋର୍ଟ ଦେଖାଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି । ସେହିପରି ଶ୍ରୀଜିଉଙ୍କ ଦର୍ଶନ କରିବା ଲାଗି ପ୍ରତ୍ୟେକ ଦିନ ୧୫ ହଜାରରୁ ଅଧିକ ଭକ୍ତଙ୍କୁ ସୁଯୋଗ ମିଳିବ ।
ସୂଚନାଯୋଗ୍ୟ, ମହାମାରୀ କରୋନା ପାଇଁ ଦୀର୍ଘ ଦିନ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିଥିବା ବେଳେ ଗତ ଡିସେମ୍ବର ୨୩ ରେ ଶ୍ରୀମନ୍ଦିର ଖୋଲିଥିଲା । ପ୍ରଥମେ ସେବାୟତ ଏବଂ ପୁରୀବାସୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ସୁଯୋଗ ପାଇଥିଲେ ।