ପୁରୀ (ଏଟିଆର ବ୍ୟୁରୋ): ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଅକ୍ଟୋବର ସୁଦ୍ଧା ଶେଷ ହେବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ଅବଢା ଯୋଜନା ସମୀକ୍ଷା ବୈଠକରେ ନିଷ୍ପତି ହୋଇଛି । ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି କି, ଅକ୍ଟୋବର ସୁଦ୍ଧା ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ ହେବ । ଏହାସହିତ ୩ ହଜାର ଭକ୍ତଙ୍କ ପାଇଁ ଦୁଇଟି ସ୍ଥାନରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ ହେବ । ରଘୁନନ୍ଦନ ଲାଇବ୍ରେରୀ ପାଇଁ ଶେଷ ହୋଇଛି ଟେଣ୍ଡର ପ୍ରକ୍ରିୟା ଏବଂ ଗୋପାଳତୀର୍ଥ ମଠ ଓ ନାରାୟଣୀ ମନ୍ଦିରର ପୁନରୁଦ୍ଧାର କରାଯିବ ।
ଅବଢା ଯୋଜନାରେ ପୁରୀର ଅନେକ ଗୁଡିଏ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି । ସେଥିପାଇଁ ଆଜି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅବଢା ଯୋଜନା ସମୀକ୍ଷା ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିଲା । ଏହି ବୈଠକରେ ପ୍ରକଳ୍ପ କାର୍ଯ୍ୟ ନେଇ ସମୀକ୍ଷା ହୋଇଥିଲା ।