ପୁରୀ (ଏଟିଆର ବ୍ୟୁରୋ): ଆଜି ପବିତ୍ର ମହାଳୟା । ପିତୃପକ୍ଷର ଆଜି ଶେଷ ଦିନ । ଆଜିର ଦିନରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ପରମ୍ପରା ରହିଛି ।
ବିଶ୍ୱାସ ରହିଛି କି, ପିତୃପକ୍ଷରେ ପିତୃପୁରୁଷମାନେ ମର୍ତ୍ତମଣ୍ଡଳକୁ ଆସିଥାନ୍ତି । ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଦେବାର ବିଶେଷ ମହତ୍ୱ ରହିଛି ।