ପୁରୀ (ଏଟିଆର ବ୍ୟୁରୋ): ଚଳିତ ବର୍ଷ ରଥ ଯାତ୍ରା ବା ଘୋଷ ଯାତ୍ରା ବନ୍ଦ ହେବାକୁ ନେଇ ସୁପ୍ରିମକୋର୍ଟଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ପରେ, ଏନେଇ ଆଲୋଚନା କରିବା ଲାଗି ଆଜି ପୂର୍ବାହ୍ନରେ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି ବୈଠକ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ନିଳାଦ୍ରୀ ଭକ୍ତ ନିବାସଠାରେ ଦିନ ୧୧ଟା ରେ ବସିବ ବୋଲି ଜାଣିବାକୁ ମିଳିଛି ।
ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସକ, ପରିଚାଳନା କମିଟିର ସମସ୍ତ ସଦସ୍ୟ, ପୁରୀ ଜିଲ୍ଲାପାଳ ଏବଂ ଏସପି ଉପସ୍ଥିତ ରହିବେ । ଏଥିରେ ଚଳିତ ବର୍ଷ ରଥ ଯାତ୍ରାକୁ ବନ୍ଦ କରିବାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ଗୁରୁତ୍ୱପୂର୍ଣ୍ଣ ରାୟ ପରେ ଅନ୍ୟ କିଛି ବିକଳ୍ପ ବ୍ୟବସ୍ଥା ନେଇ ଆଲେଚନା ହେବ ।