ପୁରୀ (ଏଟିଆର ବ୍ୟୁରୋ): ବୁଧବାର ଧରାବତରଣ କରିଛନ୍ତି ନନ୍ଦଲାଲା । ଆଜି ପାଳିତ ହେଉଛି ନନ୍ଦୋତ୍ସବ । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ସନ୍ଧ୍ୟାଧୂପ ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷୀଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ଶେଷ ହେବା ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ ।
ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ । ତେଣୁ ରାମ, କୃଷ୍ଣ ଓ ମଦନମୋହନ ଦୋଳିରୁ ଓହ୍ଲାଇ ଖଟ ଉପରେ ବିଜେ ହେବେ । ଭିତରଛୁ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିଆସି ସ୍ନାନମଣ୍ଡପ ଉପରେ ବସିବେ । ପରେ ଭରତିଆ ଗୌଡ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବେ ।