ପୁରୀ (ଏଟିଆର ବ୍ୟୁରୋ): ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା । ଏହି ଅବସରରେ ମହାପ୍ରଭୁଙ୍କର ଦେବାଭିଶେକ ନୀତି ହୋଇଥାଏ । ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଅନ୍ୟତମ ।
ଏହି ନୀତିରେ ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କୁ ଅଭିଶେକ କରାଯାଏ । ପରେ ମହାପ୍ରଭୁଙ୍କ ଠାରୁ ଅଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରନ୍ତି । ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ସୁନାବେଶ ଅନୁଷ୍ଠିତ ହୋଇଥାଏ ।