(ଏଟିଆର ବ୍ୟୁରୋ): ଚାଲିଛି ଶାରଦୀୟ ନବରାତ୍ରୀ । ଆଜି ନବରାତ୍ରୀର ୫ମ ଦିନ । ଏହି ଅବସରରେ ମା ଦୁର୍ଗାଙ୍କର ୫ମ ସ୍ୱରୂପ ସ୍କନ୍ଦମାତା ପୂଜା ପାଉଛନ୍ତି । ମା ସ୍କନ୍ଦମାତାଙ୍କର ମହିମା ଅପାର । ବିଶ୍ୱାସ ରହିଛି କି ମା ସ୍କନ୍ଦମାତାଙ୍କୁ ଉପାସନା କରିବା ଦ୍ୱାରା ମହିଳାଙ୍କ ଶୂନ୍ୟ କୋଳ ପୂର୍ଣ୍ଣ ହୋଇଥାଏ ।
ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଅନ୍ୟନାମ ସ୍କନ୍ଦ । ପୌରାଣିକ ମାନ୍ୟତା ଅନୁଯାୟୀ ତାରକାସୁରର ନାଁ ରାକ୍ଷସ ଥିଲା । ଯାହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ରଙ୍କ ଦ୍ୱାରା ସମ୍ଭବ ଥିଲା । ଏହା ଜାଣିବା ପରେ ମା ପାର୍ବତୀ ପୁତ୍ର କାର୍ତ୍ତିକଙ୍କୁ ଯୁଦ୍ଧ ପାଇଁ ପ୍ରଶିକ୍ଷିତ କରିବା ସହ ସ୍କନ୍ଦ ମାତାଙ୍କ ରୂପ ଧାରଣ କରିଥିଲେ । ସ୍କନ୍ଦମାତାଙ୍କ ଠାରୁ ଯୁଦ୍ଧ ପ୍ରଶିକ୍ଷିଣ ନେବା ପରେ ଭଗବାନ ସ୍କନ୍ଦ ତାରକାସୁରର ବଧ କରିଥିଲେ ।
ସ୍କନ୍ଦମାତା ପଦ୍ମ ଫୁଲରେ ଅଭୟ ମୁଦ୍ରାରେ ବିରାଜମାନ । ମା’ଙ୍କ ରୂପ ଅତ୍ୟନ୍ତ ସୁନ୍ଦର। ତାଙ୍କ ମୁଖରେ ଏକ ଉଜ୍ଜ୍ୱଲ୍ୟ ଦେଖିବାକୁ ମିଳିଥାଏ ।