ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତା ମାର୍ଚ୍ଚ ୧ ତାରିଖରେ ମହାଶିବରାତ୍ରୀ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ମନ୍ଦିର , ମେଳା ଓ ଉତ୍ସବରେ ଏକାଠି ହେବା ସମୟରେ କୋଭିଡ ପ୍ରୋଟକଲ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ପରେ ମନ୍ଦିର ଓ ମେଳାରେ ଲୋକଙ୍କୁ ଅନୁମତି ରହିଛି । କିନ୍ତୁ ସମସ୍ତ କୋଭିଡ ଗାଇଡଲାଇନ ପାଳନ କରିବା ପାଇଁ କୁହାଯାଇଛି ।
ମନ୍ଦିର ମାନଙ୍କରେ ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ, ମ୍ୟୁନିସିପାଲିଟି କମିଶନର, ପୋଲିସ କମିଶନଙ୍କୁ କଟକଣା ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ମନ୍ଦିର ମାନଙ୍କରେ କୋଭିଡ ପ୍ରେଟୋକଲ ପାଳନ କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ଧ୍ୟାନ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।