ପୁରୀ (ଏଟିଆର ବ୍ୟୁରୋ): ଆଜି ସନ୍ଧ୍ୟାରେ ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବ ଏହି ବୈଠକରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ନେଇ ଆଲୋଚନ ହେବ ।
ଏହି ବୈଠକରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକଙ୍କ ସମେତ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ରହିବେ ।
ଅନ୍ୟପଟେ ଦୋଳପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ ହେବାକୁ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ବୈଠକରେ ଆଲୋଚନା ହେବ ।