ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ହେଉଛି ବିଶ୍ୱ ନିର୍ମାତା ପ୍ରଭୁ ଶ୍ରୀ ବିଶ୍ୱକର୍ମାଙ୍କ ପୂଜା । ଏହି ପୂଜା ବିଶ୍ୱକର୍ମା ଜୟନ୍ତୀ ନାମରେ ମଧ୍ୟ ଜଣାଶୁଣା । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ ଜନକ ହେଉଛନ୍ତି ଦେବଶିଳ୍ପୀ ବିଶ୍ୱକର୍ମା । କରୋନା ପାଇଁ ଫିକା ପଡିଛି ବିଶ୍ୱକର୍ମା ପୂଜା । ନିରାଡମ୍ବରରେ ପାଳିତ ହେଉଛି ପୂଜା ।
ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ତ୍ୱଷ୍ଟା ନାମରେ ସେ ବିଦିତ ।
ଧାର୍ମିକ ସୂତ୍ର ଅନୁଯାୟୀ,ପ୍ରାଚୀନ କାଳରୁ ସମସ୍ତ ରାଜଧାନୀର ନିର୍ମାଣ ଭଗବାନ ବିଶ୍ୱକର୍ମା ହିଁ କରିିଥିଲେ । ସ୍ୱର୍ଗ ଲୋକ, ସ୍ୱର୍ଣ୍ଣ ଲଙ୍କା, ଦ୍ୱାରିକା ଏବଂ ହସ୍ତିନାପୁର ବି ବିଶ୍ୱକର୍ମାଙ୍କ ଦ୍ୱାରା ରଚିତ । ଏହି ବିଶ୍ୱକର୍ମା ପୂଜା ସେହି ଲୋକଙ୍କ ପାଇଁ ମହତ୍ୱପୂର୍ଣ୍ଣ ଯେଉଁମାନେ କଳାକାର, ଶିଳ୍ପକାର ଏବଂ ବ୍ୟବସାୟୀ । ଭଗବାନ ବିଶ୍ୱକର୍ମାଙ୍କୁ ପୂଜା କରିବା ଦ୍ୱାରା ବ୍ୟବସାୟରେ ବୃଦ୍ଧି ହେଉଥିବା ବିଶ୍ୱାସ ରହିଛି।